ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ । ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ…

ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ । ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ । ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *