ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା , ଆସନ୍ତା ୧୫ରୁ ଏସଏସଆର

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (ଏସଏସଆର) କାର୍ଯ୍ୟକାରୀ କରାଯିବ। ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏ ନେଇ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ନିର୍ଦେଶନାବା ଜାରି ହୋଇଛି ! ତେବେ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ SSR । ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) । ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି…

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (ଏସଏସଆର) କାର୍ଯ୍ୟକାରୀ କରାଯିବ। ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏ ନେଇ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ନିର୍ଦେଶନାବା ଜାରି ହୋଇଛି !

ତେବେ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ SSR । ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) । ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଆସନ୍ତାକାଲି ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ / ପରିବର୍ତ୍ତନ । ଦାବି ଓ ଆପତ୍ତି ଦାଖଲ କରିବା ଅବଧି ସେପ୍ଟେମ୍ବର ୧୫ରୁ ୨୯ । ଅକ୍ଟୋବର ୭ ସୁଦ୍ଧା ଦାବି ଓ ଆପତ୍ତିର ସମାଧାନ ହେବ । ଅକ୍ଟୋବର ୯ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର୍ ତାଲିକା ।

Leave a Reply

Your email address will not be published. Required fields are marked *