ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଖୁବଶୀଘ୍ର ପ୍ରସ୍ତୁତ ହେବ ଗାଇଡ୍‌ଲାଇନ୍‌

ଭୁବନେଶ୍ଵର: ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ଖୁବଶୀଘ୍ର ପ୍ରସ୍ତୁତ ହେବ ଗାଇଡ୍‌ଲାଇନ୍‌ । ବିଧାନସଭାରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଭକ୍ତଙ୍କ ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ପରିଚାଳନା କମିଟି ଅନୁମୋଦନ କରିଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସବ କମିଟି ପାଇଁ ପରିଚାଳନା କମିଟି କହିଛି । ଏ ନେଇ ସବ କମିଟି ସେବକ ନିଯୋଗଙ୍କ ସହ…

ଭୁବନେଶ୍ଵର: ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ଖୁବଶୀଘ୍ର ପ୍ରସ୍ତୁତ ହେବ ଗାଇଡ୍‌ଲାଇନ୍‌ । ବିଧାନସଭାରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଭକ୍ତଙ୍କ ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ପରିଚାଳନା କମିଟି ଅନୁମୋଦନ କରିଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସବ କମିଟି ପାଇଁ ପରିଚାଳନା କମିଟି କହିଛି । ଏ ନେଇ ସବ କମିଟି ସେବକ ନିଯୋଗଙ୍କ ସହ ଆଲୋଚନା କରିବେ ।

ଆଇନ ମନ୍ତ୍ରୀ ଆହୁରି କହିଛନ୍ତି, ଯେମିତି ଶ୍ରୀଜିଉଙ୍କ ନୀତିକାନ୍ତି ପ୍ରଭାବିତ ହେବନି ସେହି ଅନୁସାରେ ହେବ । ନାଟ ମଣ୍ଡପରେ ଧାଡ଼ି ଦର୍ଶନ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ କରିବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡ଼ି ଦର୍ଶନ କରିବାକୁ ପରାମର୍ଶ ଆସିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ଏନେଇ ବିଧାନ ସଭାରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ଲିଖିତ ପ୍ରସ୍ତର ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ।

ଖୁବଶୀଘ୍ର ଶ୍ରୀମନ୍ଦିର ନାଟ ମଣ୍ଡପ ଭିତରେ ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ହେବ ବୋଲି ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଥିଲା । ଶ୍ରୀମନ୍ଦିର ନାଟ ମଣ୍ଡପରେ ଥିବା ହୁଣ୍ଡି ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହୋଇ ନଥିବାରୁ ନାଟ ମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରିନାହିଁ । ତେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇତି ମଧ୍ୟରେ ନାଟ ମଣ୍ଡପ ଭିତରେ ଥିବା ହୁଣ୍ଡିକୁ ସ୍ଥାନାନ୍ତର ନେଇ ଅନୁମୋଦନ ଦେଇଛନ୍ତି । ଏଣୁ ଖୁବଶୀଘ୍ର ଶ୍ରୀମନ୍ଦିର ନାଟ ମଣ୍ଡପରେ ଭକ୍ତମାନଙ୍କ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ।

Leave a Reply

Your email address will not be published. Required fields are marked *