ବର୍ଷାରେ ଭାଷିବ ପାର୍ବଣ, ଆସୁଛି ବଡ ବର୍ଷା

ଭୁବନେଶ୍ଵର: ଆସନ୍ତା ୨୫ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ । ୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍‌ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଆସନ୍ତା ୨୨ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ । ୨୫ ତାରିଖ ଆଡ଼କୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଭୁବନେଶ୍ଵର: ଆସନ୍ତା ୨୫ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ । ୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍‌ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଆସନ୍ତା ୨୨ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ । ୨୫ ତାରିଖ ଆଡ଼କୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ ।

ତେବେ ୩୦ରେ ମିଆମାର୍‌ ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଅକ୍ଟୋବର ୧ ତାରିଖରେ ଲଘୁଚାପର ରୂପ ନେବା ସହ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ପ୍ରଭାବରେ ୧ ଓ ୨ ତାରିଖରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

ଆସନ୍ତାକାଲି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *