ଭୂବନେଶ୍ଵର: ସରକାରୀ ଚାକିରିଆଙ୍କ ପାଇଁ ଖୂସି ଖବର । ପୂଜା ପାଇଁ ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବା ପାଇଁ ନିର୍ଦ୍ଦେଶନାମା । ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଜାରି ହୋଇଛି ସ୍ୱତନ୍ତ୍ର ନିର୍ଦ୍ଦେଶନାମା । ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ ।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏନେଇ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ। ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST 2.0 ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
