ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ଏହି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ । ଗତକାଲି ୫.୩୦ରେ ଅବପାତର ରୂପ ନେଇଥିବା ବେଳେ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଆଜି ସକାଳ ୮ଟାରୁ ଦିନ ୧୧ଟା ମଧ୍ୟରେ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ପୁରୀରୁ ୬୦, ଗୋପାଳପୁରରୁ ୧୩୦…

ଭୁବନେଶ୍ଵର: ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ । ଗତକାଲି ୫.୩୦ରେ ଅବପାତର ରୂପ ନେଇଥିବା ବେଳେ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଆଜି ସକାଳ ୮ଟାରୁ ଦିନ ୧୧ଟା ମଧ୍ୟରେ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ପୁରୀରୁ ୬୦, ଗୋପାଳପୁରରୁ ୧୩୦ ଓ ପାରାଦୀପରୁ ୨୩୦ କିମି ଦୂରରେ ରହିଛି ଅବପାତଟି ।

ପ୍ରଭାବରେ ସାରାରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଇଏମଡି । ୨୮ତାରିଖ ଯାଏ ରାଜ୍ୟରେ ଲାଗି ରହିବ ବର୍ଷା । ଏହି ସମୟରେ ସମୁଦ୍ର ଉପକୁଳରେ ୪୦ରୁ ୬୦ କିଲୋମିଟର ପବନ ବହିବାର ସମ୍ଭାବନା ରହିଛି । ତେଣୁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ୨୭ରେ ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର  ଅଳ୍ପ କିଛି ସ୍ଥାନରେ ମଧ୍ୟ ବିକ୍ଷିପ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ସେପଟେ ୩୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେବ । ଏହା ଉତ୍ତର-ପଶ୍ଚିମ ଦିଗରେ  ମୁହାଁଇପାରେ । ପାଣିପାଗ ସ୍ଥିତି ଅନୁକୂଳ ରହିଲେ ୨ ତାରିଖ ବେଳକୁ ଏହା  ଅବପାତ ରୂପ ନେଇ ୩ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ । ଏହା ପ୍ରଭାବରେ ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Leave a Reply

Your email address will not be published. Required fields are marked *