ନୂଆପଡା: ବାଜିଲା ନିର୍ବାଚନ ବିଗୁଲ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଉପନିର୍ବାଚନ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ଅକ୍ଟୋବର ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ । ଅକ୍ଟୋବର ୨୨ରେ ଯାଞ୍ଚ, ୨୪ ରେ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ।
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି, ନଭେମ୍ବର ୧୧ ତାରିଖରେ ମତଦାନ ଅନୁଷ୍ଠିତ ହେବ, ଭୋଟ ଗଣତି ଓ ଫଳାଫଳ ନଭେମ୍ବର ୧୪ ତାରିଖରେ ହେବ । ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଅକ୍ଟୋବର ୧୩ ତାରିଖରେ ଜାରି କରାଯିବ। ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୦, ତା’ପରେ ଅକ୍ଟୋବର ୨୨ରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଅକ୍ଟୋବର ୨୪ ବୋଲି ECI କହିଛି ।ଗତ ସେପ୍ଟେମ୍ବର ୮ରେ ନୂଆପଡା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡା ଆସନ ଖାଲି ପଡିଛି ।
