କଟକ: ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ଏନେଇ କୋର୍ଟଙ୍କୁ ସତ୍ୟପାଠ ଦିଆଯିବ କହିଲେ ଜିଲ୍ଲାପାଳ । ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ । ଲୋକପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ କେବଳ ତଳ ପଡ଼ିଆରେ ବାଲିଯାତ୍ରାକୁ ନେଇ ଉଠିଥିଲା ବିବାଦ । ଅଧିକାଂଶ ଦଳର ଲୋକ ପ୍ରତିନିଧି ପ୍ରଶାସନର ନିଷ୍ପତ୍ତିକୁ ବିରୋଧ କରିଥିଲେ ।
ସେପଟେ ୨୬ ସେପ୍ଟେମ୍ବରରୁ ୦୯ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ ପଞ୍ଜିକରଣ ପାଇଁ ଆବେଦନ । ଜଣେ ବ୍ୟକ୍ତି ଓ ଅନୁଷ୍ଠାନ ୩ ଟି ଲେଖାଁଏ ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ କରିପାରିବେ । ୧୦୦ ଟଙ୍କା ଦେଇ ଫର୍ମ ନେଇ କରିପାରିବେ ଏହି ଆବେଦନ । cuttack.odisha.gov.in ୱେବସାଇଟରେ ଅଧିକ ବିବରଣୀ ପାଇପାରିବେ । ଖାଦ୍ୟ ପାଇଁ ଅଲଗା ଓ ଅନ୍ୟାନ୍ୟ ପାଇଁ ଅଲଗା ଅଲଗା ଆବେଦନ କରି ପାରିବେ ବ୍ୟକ୍ତି ଓ ଅନୁଷ୍ଠାନ । ଚଳିତ ବର୍ଷ ପ୍ଲଟ ପଞ୍ଜିକରଣ ୫ ହଜାର ଟଙ୍କା ରଖାଯାଇଛି ।
