କ୍ୟାବିନେଟ୍ ବୈଠକ: ୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଭୁବନେଶ୍ୱର ନ୍ୟୁସିଟି ମାଷ୍ଟର ପ୍ଲାନକୁ ମଞ୍ଜୁରୀ ଦେବା ପରି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ସାମ୍ବାଦିକ ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି । ବୈଠକରେ ମୋଟ ୫ ଟି ବିଭାଗର ୫ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲ…
