ହାଇକୋର୍ଟଙ୍କ ବଡ ନିଷ୍ପତ୍ତି, ଉପର ପଡ଼ିଆରେ ହେବ ବାଲିଯାତ୍ରା

କଟକ: ଉପର ପଡ଼ିଆରେ ହେବ ବାଲିଯାତ୍ରା। ଏ ନେଇ ଅନୁମତି ପ୍ରଦାନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ପୂର୍ବରୁ କେବଳ ତଳ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ପ୍ରଶାସନର ଏହି ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରଶାସନ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ବିଭିନ୍ନ ମହଲରୁ ଅନୁରୋଧ କରାଯାଇଥିଲା। ଶେଷରେ ଏହି ପ୍ରସଙ୍ଗ ହାଇକୋର୍ଟରେ ପହଞ୍ଚିଥିଲା, ଯାହାକୁ ସର୍ବୋଚ୍ଚ ନ୍ୟାୟାଳୟ ବିଚାର କରି ଉପର…

SI ଘୋଟାଲା, ବଣିକ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚର ଚଢାଉ

ଭୁବନେଶ୍ଵର: ଭୁବନେଶ୍ଵରରେ ପ୍ରତିଷ୍ଠିତ ‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍‌ । ପୋଲିସ SI ନିଯୁକ୍ତି ଘୋଟାଲା ଲିଙ୍କ୍‌ରେ ଚାଲିଛି ରେଡ୍‌ । ଭୁବନେଶ୍ବର ସିଆର୍‌ପି ଛକରେ ଥିବା ବଣିକ ସେଣ୍ଟର ଉପରେ ରେଡ୍‌ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଛାନଭିନ୍‌ । ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ‘ବଣିକ’ ମାଲିକଙ୍କ ସହ ସମ୍ପର୍କ ଥିବା ନେଇ ସୂଚନା ମିଳିଛି । ବିଜୟନଗର ଯାଉଥିବା ପରୀକ୍ଷାର୍ଥୀଙ୍କ ଭିତରୁ…

୧୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା, ପ୍ରବଳ ବର୍ଷା

ଭୁବନେଶ୍ଵର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା। ଆସନ୍ତା ୧୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା। ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ସେପଟେ ଉତ୍ତର ଉପକୂଳ ଓଡ଼ିଶାରେ ଉପରେ ସକ୍ରିୟ ରହିଛି ଟ୍ରପ ଲାଇନ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ଓକିଲଙ୍କ କଲମ ଛାଡ଼ ଆନ୍ଦୋଳନ

ଭୁବନେଶ୍ଵର: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ପୀତବାସ ପଣ୍ଡା ହତ୍ୟାର ପ୍ରତିବାଦ । ଆଜି ସାରା ରାଜ୍ୟର ଆଇନଜୀବୀମାନଙ୍କ ସଂପୂର୍ଣ୍ଣ କଲମ ଛାଡ଼ ଆନ୍ଦୋଳନ । ରାଜ୍ୟ ଆଇନଜୀବୀ ପରିଷଦର ଜରୁରୀ ବୈଠକରେ କଲମ ଛାଡ଼ ପାଇଁ ନିଷ୍ପତ୍ତି । ଗଞ୍ଜାମ ଜିଲାର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ଘଟଣାକୁ ରାଜ୍ୟ ବାର୍‌ କାଉନସିଲ ତୀବ୍ର ନିନ୍ଦା କରିଛି । ପୀତବାସଙ୍କ ହତ୍ୟା ପ୍ରତିବାଦରେ…

ପୁରୀ ବୃନ୍ଦାବତୀ ନିବାସରେ ଉଦଘାଟନ ହେଲା ହବିଷିଆଳି ଶିବିର

ପୁରୀ: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ । ଧର୍ମମାସରେ ଚଳଚଞ୍ଚଳ ହୋଇ ଉଠିଛି ଶ୍ରୀକ୍ଷେତ୍ର। ଧର୍ମ ମାସରେ ପୁଣ୍ୟ ଅର୍ଜନ କରିବାକୁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଆଜିଠୁ କେବଳ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି ରହିବ । ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ । ପଞ୍ଚତୀର୍ଥରେ ସାନ୍ନ କରି ବ୍ରାହ୍ମଣଙ୍କୁ ଗୁଆ…

ଧରାପୃଷ୍ଠକୁ ଅବତରଣ କରିଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ, ଗଜଲକ୍ଷ୍ମୀ ପୂଜା ନେଇ ଚଳଚଞ୍ଚଳ ଗାଁଠୁ ସହର

ଭୂବନେଶ୍ଵର: ଚାଲିଛି ପାର୍ବଣ ଋତୁ । ଆଜି ଗଜଲକ୍ଷ୍ମୀ ପୂଜା। ଜଗତଜନନୀଙ୍କ ମା’ ଦୁର୍ଗାଙ୍କ ମେଲାଣି ପରେ ଧରାପୃଷ୍ଠକୁ ଧରାବତଣ କରିଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ପଦ୍ମହସ୍ତା କମଳାଙ୍କୁ ସ୍ବାଗତ ନେଇ ଚଳଚଞ୍ଚଳ ହୋଇ ଉଠିଛି ଗାଁଠୁ ସହର। ସୁଖ, ସମୃଦ୍ଧି, ସୌଭାଗ୍ୟ, ସୁଖ୍ୟାତି ଓ ଐଶ୍ବର୍ଯ୍ୟର ଭଣ୍ଡାର ନେଇ ବିରାଜିବ ମାଆ, ଲକ୍ଷ୍ମୀ। ଘଣ୍ଟ ଘଣ୍ଟା, ଶଙ୍ଖନାଦରେ କମ୍ପିବ ଗଗନ ପବନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ…

ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ମୃତ

ବ୍ରହ୍ମପୁର: ବ୍ରହ୍ମପୁରରେ ଗୁଳିମାଡ଼ । ବିଜେପି ନେତା ମୃତ । ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା ମୃତ । ବିଜେପି ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ବ୍ରହ୍ମାନଗର ଘର ବାହାରେ ୨ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ଏମ୍‌କେସିଜିରେ ମୃତ ଘୋଷଣା କଲେ ଡାକ୍ତର । ରାଜ୍ୟ ଆଇନ୍‌ଜୀବୀ ପରିଷଦର ସଦସ୍ୟ ଥିଲେ ପୀତବାସ ପଣ୍ଡା । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି…

ପୁଣି ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ, ଶାନ୍ତି ପାଇଁ କମିଶନରେଟ ପୋଲିସର ଅପିଲ

କଟକ: କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଆହୁରି ୨୪ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି । କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍‌ ସେବା ବନ୍ଦର ପଦକ୍ଷେପ ନିଆଯାଇଛି । କଟକ ମହାନଗର ନିଗମ ଅଞ୍ଚଳ, ସିଡ଼ିଏ ଅଞ୍ଚଳ ଓ ୪୨ ମଉଜା…

ଘୋଷଣା ହେଲା ତାରିଖ, ଏହି ଦିନଠୁ ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌

ଭୁବନେଶ୍ଵର: ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE । ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ ଫର୍ମ । ସେହିପରି ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ । ୨୦୦ ଟଙ୍କା ଫାଇନ୍‌ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍‌ । ସେହିପରି ୬ ଶହ ଟଙ୍କା ଫାଇନ୍‌ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ…

ଘୋଷଣା ହେଲା ତାରିଖ, ନଭେମ୍ୱର ୧୧ରେ ନୂଆପଡ଼ା ଉପନିର୍ବାଚନ

ନୂଆପଡା: ବାଜିଲା ନିର୍ବାଚନ ବିଗୁଲ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଉପନିର୍ବାଚନ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ଅକ୍ଟୋବର ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ । ଅକ୍ଟୋବର ୨୨ରେ ଯାଞ୍ଚ, ୨୪ ରେ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ।…