ଆଜି ଗାନ୍ଧୀ, ଶାସ୍ତ୍ରୀ ଜୟନ୍ତୀ, ଦୁଇ ମହାନାୟକଙ୍କୁ ମନେ ପକାଉଛନ୍ତି ଦେଶବାସୀ

ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ  । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରକାରଙ୍କୁ ତଡ଼ି ସ୍ବାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ୱରେ ହିଁ ଦେଶ…

ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ  । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରକାରଙ୍କୁ ତଡ଼ି ସ୍ବାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା । ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଅକ୍ଟୋବର ୨ତାରିଖ ୧୯୦୪ ମସିହାରେ ଜନ୍ମଗ୍ରହଣ କରିଥିଲେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଏହି ଦୁଇ ମହାପୁରୁଷଙ୍କୁ ଜନ୍ମ ଜୟନ୍ତୀରେ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛି ଭାରତ ।

୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ଆମ ସମସ୍ତଙ୍କ ପ୍ରିୟ ବାପୁ । ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ ।ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ । ସେ ଧାରଣା ଏବଂ ସତ୍ୟର ମାର୍ଗରେ ସର୍ବଦା ଯିବାକୁ କୁଣ୍ଠାବୋଧ କରିନଥିଲେ । ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ । ତାଙ୍କର ସେହି ବିଚାରକୁ ନେଇ ଅକ୍ଟୋବର ୨ ତାରିଖ ଦିନଟିକୁ ସାରା ବିଶ୍ୱରେ ଅନ୍ତରାଷ୍ଟ୍ରୀୟ ଅହିଂସା ଦିବସ ଭାବରେ ପାଳନ କରାଯାଏ ।

ସେହିପରି ଆଜି ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ମଧ୍ୟ ଜନ୍ମଦିନ । ୧୯୦୪ ମସିହାରେ ମୋଗଲ ସରାଇର ଏକ ଗରିବ ପରିବାରରେ ଜନ୍ମ ଗ୍ରହଣ କରିଥିବା ଶାସ୍ତ୍ରୀଜୀ ପିଲାଟି ବେଳୁ ବେଶ୍ ମ୍ର, ଶାନ୍ତ ଓ ସରଳ ଥିଲେ । ମହାତ୍ମା ଗାନ୍ଧୀଙ୍କ ଡାକରାରେ ସେ ସ୍ୱାଧୀନତା ଆନ୍ଦୋଳନରେ ସାମିଲ ହୋଇଥିଲେ। ଦେଶ ସ୍ୱାଧୀନ ହେବା ପରେ ଜବାହାରଲାଲ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ଶାସ୍ତ୍ରୀଜୀ। ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ। ‘ଜୟ ଜବାନ ଏବଂ ଜୟ କିଶାନ’ ସ୍ଲୋଗାନ ପାଇଁ ଶାସ୍ତ୍ରୀଜୀ ଦେଶବାସୀଙ୍କ ନିକଟରେ ଅମର ହୋଇ ରହିଛନ୍ତି।

Leave a Reply

Your email address will not be published. Required fields are marked *