ଭୂବନେଶ୍ଵର: ଆସନ୍ତା ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରି ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥାନ୍ତି । ମାତ୍ର ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ ପାଇଁ ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
