ଆଜିଠୁ ବଢ଼ିବ ବର୍ଷା, ୩୧ ଯାଏଁ ନାହିଁ ନିସ୍ତାର

ଭୁବନେଶ୍ଵର: ଲଘୁଚାପ ପ୍ରଭାବରେ ବର୍ଷା ଜାରି । ଆହୁରି ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା । ଏପଟେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା ସହ ଆଜି ସକାଳେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି ।  ଓଡ଼ିଶା ଉପକୂଳରେ ଏବେ ବି ସକ୍ରିୟ ରହିଛି…

ଭୁବନେଶ୍ଵର: ଲଘୁଚାପ ପ୍ରଭାବରେ ବର୍ଷା ଜାରି । ଆହୁରି ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା । ଏପଟେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା ସହ ଆଜି ସକାଳେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । 

ଓଡ଼ିଶା ଉପକୂଳରେ ଏବେ ବି ସକ୍ରିୟ ରହିଛି ଲଘୁଚାପ । କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରୁଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଲାଗି ରହିଛି ପ୍ରବଳ ବର୍ଷା । ତାହାର ପ୍ରଭାବରେ ଆଗାମୀ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ରାଜ୍ୟରେ ଲାଗି ରହିବ । ଆଜି ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିସହ ସାରା ଓଡ଼ିଶାରେ ବି ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହିଭଳି ରାଜ୍ୟରେ ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୩୦ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ନିଷେଧ କରାଯାଇଛି।

୨୯ରେ କେନ୍ଦ୍ରୀୟ ଓ ଉତ୍ତର ଓଡ଼ିଶା, ୩୦ରେ ଉତ୍ତର ଓ ପଶ୍ଚିମ ଓଡ଼ିଶା ଏବଂ ୩୧ରେ ପ୍ରାୟତଃ ଅଧିକାଂଶ ସ୍ଥାନରେ ସ୍ୱଳ୍ପ ଏବଂ ଅଳ୍ପ କେତେକ ସ୍ଥାନରେ ମଧ୍ୟମଧରଣର ବର୍ଷା ହୋଇପାରେ। ଅନ୍ୟପଟେ ୩ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଥିବା ବେଳେ ତାହା ମଧ୍ୟ ବିଶେଷ ଶକ୍ତିଶାଳୀ ହୋଇପାରିବ ନାହିଁ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।

Leave a Reply

Your email address will not be published. Required fields are marked *