ସାରା ଓଡ଼ିଶା କୁ ବର୍ଷା ଭୟ, ଗୋପାଳପୁର ଓ ପାରାଦୀପ ଦେଇ ଗତି କରିବ ଗଭୀର ଅବପାତ 

ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ। ଏହ ଆଜି ରାତିରେ କିମ୍ବା କାଲି ସକାଳେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ।   ଆକଳନ…

ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ। ଏହ ଆଜି ରାତିରେ କିମ୍ବା କାଲି ସକାଳେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ।  

ଆକଳନ କରାଯାଉଛି,ଗୁରୁବାର  ଦିନ ସକାଳବେଳା ସମସ୍ତ ଉପକୂଳ ଜିଲ୍ଲା ଓ ସଂଲଗ୍ନ କେନ୍ଦ୍ରୀୟ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ  ବର୍ଷା ସମ୍ଭାବନା ଅଛି । ଉପରବେଳା ବର୍ଷା ବଢ଼ିବ । ପ୍ରାୟ ସାରା ଓଡ଼ିଶାରେ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, ଆଭ୍ୟନ୍ତରୀଣ କଟକ, ଢେଙ୍କାନାଳ, ଅନୁଗୁଳ ଓ କନ୍ଧମାଳରେ ସ୍ଥାନେ ସ୍ଥାନେ ମଧ୍ୟମରୁ ଭାରି ବର୍ଷା ଅଛି । ସୁନ୍ଦରଗଡ଼ ଓ ସଂଲଗ୍ନ ଅଞ୍ଚଳରେ ପାଗ ଶୁଖିଲା ରହିବ । ପାରାଦୀପ ଓ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ। ପ୍ରଭାବରେ ଓଡିଶା ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା। ଟୁଇନ୍ ସିଟିରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଗଭୀରଅବପାତ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି । 

ତେବେ ଅକ୍ଟୋବର ୧ ତାରିଖରେ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦-୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବ ଓ ଏହା ଧୀରେ ଧୀରେ ବୃଦ୍ଧି ପାଇ ଅକ୍ଟୋବର ୨ ମଧ୍ୟାହ୍ନରୁ ଅକ୍ଟୋବର ୩ ସକାଳ ପର୍ଯ୍ୟନ୍ତ ପଶ୍ଚିମକେନ୍ଦ୍ର ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୫୫-୬୫ ରୁ ୭୫ କିଲୋମିଟର ବେଗରେ ବହିବା ନେଇ ସୂଚନା ମିଳିଛି। ଏହାର ପ୍ରଭାବରେ ଅକ୍ଟୋବର ୩ ତାରିଖରେ ଓଡ଼ିଶା ର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଝଡ଼ବର୍ଷା ଏବଂ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *