ଭୁବନେଶ୍ଵର: ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସମ୍ଭାବନା । ୩୦ରେ ଉତ୍ତର ଆଣ୍ଡାମାନ ସାଗରରେ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ । ପ୍ରଭାବରେ ଉତ୍ତର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଫଳରେ ଦଶହରା ବେଳକୁ ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଉଛି ।
ସେପଟେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଆଗାମୀ ୨୪ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।
ଆଗାମୀ ୨୪ ଘଣ୍ଟାରେ ସାରା ଓଡ଼ିଶାରେ ବିଜୁଳି ଘଡଘଡ଼ି ସହ ବର୍ଷା କୁ ହଳଦିଆ ଚେତନାନି ଜାରି ହୋଇଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ମୟୁରଭଞ୍ଜ କେନ୍ଦୁଝର ବରଗଡ଼ ବଲାଙ୍ଗୀର ନୂଆପଡା ନବରଙ୍ଗପୁର ଓ ମାଲକାନଗିରି ଏହି ୧୦ ଜିଲ୍ଲାରେ ୟେଲୋ ବର୍ଣ୍ଣିଙ୍ଗ ଜାରିକରିଛି ବିଭାଗ। ସେହିପରି ଆସନ୍ତାକାଲି ରାଜ୍ୟର କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି ନୟାଗଡ ଖୋର୍ଦ୍ଧା ପୁରୀ ଜଗତସିଂହପୁର କେନ୍ଦ୍ରାପଡା କଟକ ଯାଜପୁର ଭଦ୍ରକ ଓ ବାଲେଶ୍ୱର ଏହି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷାକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ।
