ଆହୁରି ୩ ଦିନ ପ୍ରବଳ ବର୍ଷା, ପୁଣି ଖୋଲିଲା ହୀରାକୁଦ ଗେଟ୍

ଭୁବନେଶ୍ୱର: ରାଜ୍ୟରେ ମୌସୁମI ଜନିତ ବର୍ଷା ଜାରି ରହିଛି । ରାଜ୍ୟରେ ଆହୁରି ୩ ଦିନ ବର୍ଷିବ । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ,…

ଭୁବନେଶ୍ୱର: ରାଜ୍ୟରେ ମୌସୁମI ଜନିତ ବର୍ଷା ଜାରି ରହିଛି । ରାଜ୍ୟରେ ଆହୁରି ୩ ଦିନ ବର୍ଷିବ । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ହେବ।

୧୭ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେପଟେ ପୁଣି ବଢୁଛି ହୀରାକୁଦ ଜଳସ୍ତର । ହୀରାକୁଦ ଜଳଭଣ୍ଡାରରୁ ପୁଣି ଖୋଲିଲା ଆଉ ଦୁଇଟି ଗେଟ । ପୂର୍ବରୁ ୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା। ଏବେ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ହୀରାକୁଦ ଜଲଭଣ୍ଡାରର ଜଳସ୍ତର ୬୨୯.୩୧ ରହିଛି। ପ୍ରତି ସେକେଣ୍ଡରେ ଜଲଭଣ୍ଡାରରୁ ୯୯ ହଜାର ୬୧୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଜଲଭଣ୍ଡାରରୁ ୧ ଲକ୍ଷ ୩୭ ହଜାର ୭୩୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଖୋଲା ଯାଇଛି ଆଉ ଦୁଇଟି ଗେଟ୍।

Leave a Reply

Your email address will not be published. Required fields are marked *