ଲଘୁଚାପ ଆଣୁଛି ବଡ଼ ବର୍ଷା, ବ୍ୟାକ୍ ଟୁ ବ୍ୟାକ୍ ୩ଟି ଲଘୁଚାପ

ଭୁବନେଶ୍ଵର: ଲଘୁଚାପ ଆଣୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପମୁହାଁ ହେଉଛି ଓଡ଼ିଶା। ଏଥିସହ ଅକ୍ଟୋବର ୧ ତାରିଖରେ ବି ଆଉ ଏକ…

ଭୁବନେଶ୍ଵର: ଲଘୁଚାପ ଆଣୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପମୁହାଁ ହେଉଛି ଓଡ଼ିଶା। ଏଥିସହ ଅକ୍ଟୋବର ୧ ତାରିଖରେ ବି ଆଉ ଏକ ଲଘୁଚାପର ସମ୍ଭାବନା ଘନଉଛି। ଫଳରେ ଏଥର ପୂଜା ପୂରା ଫିକା ହୋଇଯିବ ବୋଲି ପୂର୍ବାନୁମାନ କରାଯାଉଛି। 

୨୫ ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଅଧିକ ବଳ ଗୋଟାଇ ୨୬ ତାରିଖ ଆଡ଼କୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗେପସାଗରରେ ଏକ ଅବପାତର ରୂପ ନେବ। ଏହା ୨୭ ତାରିଖ ଆ‌ଡ଼କୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ ଓ ୨୬ ତାରିଖରେ ପ୍ରବଳ ବର୍ଷିବ। ବିଶେଷ କରି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ। ଏହି ଯୋଡ଼ା ଲଘୁଚାପ ଯୋଗୁଁ ସମୁଦ୍ର ଓଡ଼ିଶା ଉପକୂଳସ୍ଥ ଉତ୍ତର ବଙ୍ଗୋପସାଗର ଅଶାନ୍ତ ହେବାର ଆଶଙ୍କା ରହିଥିବ‌ାରୁ ୨୬ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି। 

ଆଜି ସୁନ୍ଦରଗଡ଼ ଓ ସମ୍ବଲପୁରର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ,ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ମାଲକାନଗିରି, କୋରାପୁଟ,  ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ଅନ୍ୟପଟେ ୨୪ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ୨୫ରେ କୋରାପୁଟ ଓ ମାଲକାନଗିରିରେ  ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର  ବିଭିନ୍ନ ସ୍ଥାନରେ ବି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Leave a Reply

Your email address will not be published. Required fields are marked *