କଟକରେ କର୍ଫ୍ୟୁ: ୩୬ ଘଣ୍ଟା ଯାଏଁ ଚକ ଅଖ ସବୁ ଜାମ୍, ଘରୁ ବାହାରିଲେ….

କଟକ: କଟକରେ ଶାନ୍ତି ବଜାୟ ପାଇଁ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଛି । ଗତକାଲି ରାତି ୧୦ଟାରୁ ୩୬ ଘଣ୍ଟା ପାଇଁ ୧୩ଟି ଥାନା ଅଞ୍ଚଳରେ ଜାରି ହୋଇଛି କର୍ଫ୍ୟୁ । କର୍ଫ୍ୟୁ ବେଳେ ପେଟ୍ରୋଲ୍ ପମ୍ପ, ହସ୍ପିଟାଲ୍, ମେଡିସିନ୍ ଷ୍ଟୋର୍ ଓ ଗ୍ରୋସରୀ ଦୋକାନ ଖୋଲା ରହିବ । କଟକରେ କର୍ଫ୍ୟୁ କଟକଣା ନେଇ ଅତିରିକ୍ତ…

କଟକ: କଟକରେ ଶାନ୍ତି ବଜାୟ ପାଇଁ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଛି । ଗତକାଲି ରାତି ୧୦ଟାରୁ ୩୬ ଘଣ୍ଟା ପାଇଁ ୧୩ଟି ଥାନା ଅଞ୍ଚଳରେ ଜାରି ହୋଇଛି କର୍ଫ୍ୟୁ । କର୍ଫ୍ୟୁ ବେଳେ ପେଟ୍ରୋଲ୍ ପମ୍ପ, ହସ୍ପିଟାଲ୍, ମେଡିସିନ୍ ଷ୍ଟୋର୍ ଓ ଗ୍ରୋସରୀ ଦୋକାନ ଖୋଲା ରହିବ । କଟକରେ କର୍ଫ୍ୟୁ କଟକଣା ନେଇ ଅତିରିକ୍ତ ପୋଲିସ୍ କମିଶନର ସୂଚନା ଦେଇଛନ୍ତି । ଅଧିକ ବସ୍ ଚଳାଚଳ ନ କରିବା ପାଇଁ ପୋଲିସ୍ ପକ୍ଷରୁ ବିଶେଷ ଅନୁରୋଧ କରାଯାଇଛି । କଟକ ସହରରେ ଥିବା ସବୁ ସରକାରୀ ଅଫିସ୍ ଓ SCB ମେଡିକାଲ୍ ଖୋଲା ରହିଛି ।

ତେବେ ସକାଳୁ ସକାଳୁ ପୂରା ଖାଁ ଖାଁ ହୋଇଯାଇଛି କଟକ ସହର । ସହର ସାରା ପୋଲିସ୍ ପଇଁତରା ମାରୁଛି। ଆଇନ ଖିଲାପକାରୀଙ୍କ ବିରୋଧରେ କଡ଼ା ଆକ୍ସନ ନିଆଯିବ ବୋଲି କଡ଼ା ଚେତାବନୀ ଦିଆଯାଇଛି। କଟକରେ ଲାଗୁ ହୋଇଛି କର୍ଫ୍ୟୁ। ଘରୁ ବାହାରିବା ପାଇଁ ସାଧାରଣ ଲୋକଙ୍କୁ ମନା କରାଯାଇଥିବା ବେଳେ ଦୋକାନବଜାର ଓ ଇଣ୍ଟରନେଟ ସେବା ବନ୍ଦ ରହିଛି । ସେହିପରି ଅସାମାଜିକଙ୍କୁ ଡିଜିପି ୱାଇ.ବି ଖୁରାନିଆ କଡ଼ା ଚେତାବନୀ ଦେଇଛନ୍ତି । ଆଇନ ଶୃଙ୍ଖଳା ବଜାୟ ରଖିବାକୁ ଅପିଲ୍ କରିଛନ୍ତି ପୋଲିସ ଡିଜି । କଟକ ଭାଇଚାରାର ସହର, ଏଠି ସବୁ ପର୍ବ ସମସ୍ତେ ମିଳିମିଶି ପାଳନ୍ତି । କଟକବାସୀଙ୍କୁ ଅପିଲ୍ କରୁଛି, ସମସ୍ତେ ଆଇନ୍ ଶୃଙ୍ଖଳା ବଜାୟ ରଖନ୍ତୁ । ଆଇନ୍ ଶୃଙ୍ଖଳା ବଜାୟ ରଖିବାକୁ ଓଡ଼ିଶା ପୋଲିସ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି । ସୋସିଆଲ୍ ମିଡିଆରେ ଘୁରି ବୁଲୁଥିବା ତଥ୍ୟ ଉପରେ ବିଶ୍ବାସ କରନ୍ତୁ ନାହିଁ । ପୋଲିସ ୱେବସାଇଟ୍‌ରେ ଥିବା ତଥ୍ୟ ଉପରେ ହିଁ କେବଳ ବିଶ୍ବାସ କରନ୍ତୁ ନୋଲି କହିଛନ୍ତି ପୋଲିସ ଡିଜି ।

ସେପଟେ କଟକରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌ । ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି । କଟକର ଗୌରବକୁ ଅକ୍ଷୁଣ୍ଣ ରଖିବା ପାଇଁ ଆଗେଇ ଆସନ୍ତୁ ବୋଲି ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ କଟକ ସହରରେ ସୋସିଆଲ୍ ମିଡିଆ ଉପରେ ଲାଗିଛି କଟକଣା । CMC, CDA ଓ ବୟାଳିଶି ମୌଜା ଅଞ୍ଚଳ ପାଇଁ କଟକଣା ଲାଗୁ ହୋଇଛି । ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ଜାରି ରହିଛି । ହ୍ବାଟ୍‌ସଆପ୍, ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ୍‌, ଏକ୍ସ ଓ ସ୍ନାପ୍‌ଚାଟ୍ ସବୁ ବନ୍ଦ କରାଯାଇଛି । ମୋବାଇଲ୍ ଇଣ୍ଟରନେଟ୍ ବାତିଲ୍ ନେଇ ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି । ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ମଙ୍ଗଳାବାଗ୍, କ୍ୟାଣ୍ଟନ୍‌ମେଣ୍ଟ, ପୁରୀଘାଟ ଅଂଚଳ, ବାଦାମବାଡ଼ି, ଲାଲ୍‌ବାଗ୍, ବିଡ଼ାନାସୀ, ମର୍କତନଗର, CDA ଫେଜ୍-୨, ମାଲ୍‌ଗୋଦାମ, ଜଗତପୁର, ବୟାଳିଶି ମୌଜା, ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଛି ।

ସେପଟେ କଟକ ସହରର ବିଶୃଙ୍ଖଳାକାରୀଙ୍କୁ ସିସିଟିଭିରୁ ଚିହ୍ନଟ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଆଇନ ଶୃଙ୍ଖଳା ADG ସଂଜୟ କୁମାର । ସିସିଟିଭିରେ ଅଭିଯୁକ୍ତ ଚିହ୍ନଟ ହୋଇଛନ୍ତି । ତାଙ୍କ ବିରୋଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ADG । ତେବେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ୫୦ ପ୍ଲାଟୁନ୍ ଫୋର୍ସ ମୁତୟନ । କଟକ ସହରରେ ଶାନ୍ତି ବଜାୟ ରଖିବାକୁ ଅପିଲ କରିଛି ପୋଲିସ । ସଚେତନ ହୋଇ ଘର ଭିତରେ ରହିବାକୁ ବିଶେଷ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *