ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର; କାଲିଠୁ ବଢ଼ିପାରେ ବର୍ଷାର ପରିମାଣ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୨୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅକ୍ଟୋବର ୩ ତାରିଖ ପାଇଁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *