ଆଜିଠୁ ବଢିବ ବର୍ଷା ପରିମାଣ, ଏହି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଲଘୁଚାପ ଯୋଗୁଁ ଆଜି ରାଜ୍ୟରେ ପ୍ରବଳ ବର୍ଷିବ । ସେପଟେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ନେବ ରୂପ । ପ୍ରଭାବରେ ଆଜି ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଲଘୁଚାପ ଯୋଗୁଁ ଆଜି ରାଜ୍ୟରେ ପ୍ରବଳ ବର୍ଷିବ । ସେପଟେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ନେବ ରୂପ । ପ୍ରଭାବରେ ଆଜି ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ବିଜୁଳି, ଘଡ଼ଘଡ଼ି ସମ୍ଭାବନା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ବୁଧବାର (୩ ତାରିଖ) ନବରଙ୍ଗପୁରରେ ପ୍ରବଳ ବର୍ଷା ଆଶଙ୍କା  ଅଛି । ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ  କୋରାପୁଟରେ ଭାରୀ ବର୍ଷା ହୋଇପାରେ । ୪ ଓ ୫ ତାରିଖରେ ପଶ୍ଚିମ ଓଡ଼ିଶାର  କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ  କରିଛି ।

Leave a Reply

Your email address will not be published. Required fields are marked *