ଭୁବନେଶ୍ଵର: ଓଡିଶାର ଅଗଣିତ ଦର୍ଶକଙ୍କ ପାଇଁ ଆସିଲା ବଡ ଖବର । ବଡ ସୂଚନା ଦେଲେ ଏମ୍ସ କତ୍ତୃପକ୍ଷ । ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁନି ସୁଧାର । ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କହିଲେ ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ । କ୍ରିଟିକାଲ୍ ଭେଣ୍ଟିଲେଟର ସହଯୋଗରେ ଅଛନ୍ତି ଅଭିଜିତ ମଜୁମଦାର । ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଦ୍ବାରା ଚିକିତ୍ସା ଚାଲିଛି, ଉନ୍ନତି ଆସିନି ।
ସୂଚନାଯୋଗ୍ୟ, ଲିଭର ଜନିତ ରୋଗରେ ଗତ କିଛି ମାସ ହେବ ପୀଡ଼ିତ ଅଛନ୍ତି ଅଭିଜିତ ମଜୁମଦାର । ଅଭିଜିତଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଗତ ୩୧ ତାରିଖ ଦିନ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କ ସ୍ବାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଦେଖାନଯିବାରୁ ଗତ ଗୁରୁବାରଦିନ ସକାଳୁ ସକାଳୁ ତାଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ତେବେ ଚିନ୍ତାର ବିଷୟ ହେଲା, ଏମ୍ସରେ ଆଡମିଟ୍ ହେଉ ହେଉ ଦାଦାଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସଙ୍କଟାପନ୍ନ ବୋଲି ଏମ୍ସ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ଜୀବନ ସହ ସଂଗ୍ରାମ ଜାରି ରଖିଛନ୍ତି ଅଭିଜିତ୍ ।
