ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ଵର: ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି । ମୌସୁମୀ ଅଧିବେଶନରେ ରହିଥିଲା ୬ଟି କାର୍ଯ୍ୟ ଦିବସ । ୨ଟି ବିଲ୍‌ ସହ GST ସଂଶୋଧନ ନେଇ ସଂକଳ୍ପ ପ୍ରସ୍ତାବ ପାରିତ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ୨୦୨୫ ପାରିତ । ଓଡ଼ିଶା ଦ୍ରବ୍ୟ ଓ ସେବା…

ଭୁବନେଶ୍ଵର: ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି । ମୌସୁମୀ ଅଧିବେଶନରେ ରହିଥିଲା ୬ଟି କାର୍ଯ୍ୟ ଦିବସ । ୨ଟି ବିଲ୍‌ ସହ GST ସଂଶୋଧନ ନେଇ ସଂକଳ୍ପ ପ୍ରସ୍ତାବ ପାରିତ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ୨୦୨୫ ପାରିତ । ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍‌ ୨୦୨୫ ପାରିତ । GST ସଂଶୋଧନ ପାଇଁ ପିଏମ୍‌ଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ ସଂକଳ୍ପ ପାରିତ । ପୂଜା ପାଇଁ ଦିନକ ପୂର୍ବରୁ ଅଧିବେଶନ ସାରିବାକୁ ଆସିଥିଲା ପ୍ରସ୍ତାବ ।

ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଗତ ୧୬ ତାରିଖ ଦିନ ଆରମ୍ଭ ହୋଇଥିଲା । ଏହି ଅଧିବେଶନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା । କିନ୍ତୁ କିଛି ସରକାରୀ କାର୍ଯ୍ୟ ନଥିବାରୁ ଓ ନବରାତ୍ର ପୂଜା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ଗୃହ କାର୍ଯ୍ୟକୁ ବନ୍ଦ ପ୍ରସ୍ତାବ ଆଣିଥିଲେ । ଫଳରେ ଦିନକ ପୂର୍ବରୁ ବିଧାନସଭାର ମୌସୁମୀ ଅଧିବେଶନ ଶେଷ କରାଯାଇଛି । ୬ଟି କାର୍ଯ୍ୟଦିବସ ପରେ ଏହାକୁ ମୁଲତବୀ ଘୋଷଣା କରାଯାଇଛି । ଦିନକ ପୂର୍ବରୁ ବିଧାନସଭାର ମୌସୁମୀ ଅଧିବେଶନ ଶେଷ କରାଯାଇଛି।

Leave a Reply

Your email address will not be published. Required fields are marked *