ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଯୁବ ସମାବେଶକୁ କରିବେ ସମ୍ବୋଧନ

ଝାରସୁଗୁଡା: ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାରସୁଗୁଡାରେ ସେବା ପର୍ବରେ ସାମିଲ ହେବା ସହ ଯୁବ ସମାବେଶକୁ ଉଦବୋଧନ ଦେବେ। ଏଥିସହ ୧୭ ଶହ କୋଟିର ରେଳ ପ୍ରକଳ୍ପ ରାଜ୍ୟବାସୀଙ୍କୁ ଭେଟିଦେବା ସହ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ମୋଦି । ଆଜି ଝାରସୁଗୁଡ଼ା ଆସୁଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏକ ପୋଷ୍ଟ ସେୟାର କରି ମୋଦି କହିଛନ୍ତି, ଗସ୍ତ…

ଝାରସୁଗୁଡା: ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାରସୁଗୁଡାରେ ସେବା ପର୍ବରେ ସାମିଲ ହେବା ସହ ଯୁବ ସମାବେଶକୁ ଉଦବୋଧନ ଦେବେ। ଏଥିସହ ୧୭ ଶହ କୋଟିର ରେଳ ପ୍ରକଳ୍ପ ରାଜ୍ୟବାସୀଙ୍କୁ ଭେଟିଦେବା ସହ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ମୋଦି ।

ଆଜି ଝାରସୁଗୁଡ଼ା ଆସୁଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏକ ପୋଷ୍ଟ ସେୟାର କରି ମୋଦି କହିଛନ୍ତି, ଗସ୍ତ ସମୟରେ ୫୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନ ହେବ । ୯୭,୫୦୦ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ କରାଯିବ । ଏସବୁ ସ୍ଥାନୀୟ ପ୍ରଯୁକ୍ତି ବ୍ୟବହାର କରି ନିର୍ମିତ ହୋଇଛି ଯାହା ସୀମାନ୍ତ ଅଞ୍ଚଳ, ମାଓ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ସଂଯୋଗ ବୃଦ୍ଧି କରିବ । ସେହିପରି ରେଳ ସଂଯୋଗ, IIT ଭିତ୍ତିଭୂମି ସମ୍ପ୍ରସାରଣ, ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ ରହିଛି । ଏସବୁ ଆମର ବିକଶିତ ଭାରତ ଗଠନର ଦୃଷ୍ଟିକୋଣ ସହିତ ସମନ୍ୱିତ ବୋଲି କହିଛନ୍ତି ମୋଦି ।

ତେବେ ଆଜି ପୂର୍ବାହ୍ନ ୧୧ଟା ୧୦ ମିନିଟ୍‌ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ ମୋଦି । ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । କାର୍ଯ୍ୟକ୍ରମ ସାରି ୧୨ଟା ୪୫ ମିନିଟ୍‌ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ମୋଦି ।

Leave a Reply

Your email address will not be published. Required fields are marked *