ସରିଲା ଦଶହରା: ଧରାପୃଷ୍ଠରୁ ବିଦାୟ ନେବେ ଜଗତଜନନୀ ମାଆ ଦୁର୍ଗା

କଟକ: ଶେଷ ହୋଇଛି ଶାରଦୀୟ ଦୁର୍ଗା ପୂଜା । ଧରା ପୃଷ୍ଠରେ ଅବତରଣ କରି ପାପର ସଂହାର କଲେ ମା ଦୁର୍ଗେ ଦୁର୍ଗତୀ ନାଶିନୀ । ବିଜୟା ଦଶମୀରେ ରାବଣ ପୋଡ଼ି ସହ ଶେଷ ହେଲା ବିଶ୍ୱ ପ୍ରସିଦ୍ଧ କଟକ ଦୁର୍ଗା ପୂଜା । ଏବେ ମାଆଙ୍କ ବିଦାୟର ବେଳ । ଭକ୍ତଙ୍କୁ ଆଧ୍ୟାତ୍ମିକ ଚେତନାରେ ଭିଜେଇ ମେଲାଣି ନେଉଛନ୍ତି ମାଆ । ଭାବବିହ୍ୱଳ ପରିବେଶ । ଭକ୍ତ ଆଖିରେ…

କଟକ: ଶେଷ ହୋଇଛି ଶାରଦୀୟ ଦୁର୍ଗା ପୂଜା । ଧରା ପୃଷ୍ଠରେ ଅବତରଣ କରି ପାପର ସଂହାର କଲେ ମା ଦୁର୍ଗେ ଦୁର୍ଗତୀ ନାଶିନୀ । ବିଜୟା ଦଶମୀରେ ରାବଣ ପୋଡ଼ି ସହ ଶେଷ ହେଲା ବିଶ୍ୱ ପ୍ରସିଦ୍ଧ କଟକ ଦୁର୍ଗା ପୂଜା । ଏବେ ମାଆଙ୍କ ବିଦାୟର ବେଳ । ଭକ୍ତଙ୍କୁ ଆଧ୍ୟାତ୍ମିକ ଚେତନାରେ ଭିଜେଇ ମେଲାଣି ନେଉଛନ୍ତି ମାଆ । ଭାବବିହ୍ୱଳ ପରିବେଶ । ଭକ୍ତ ଆଖିରେ ଲୁହ । ଚାଲି ଯାଉଛନ୍ତି ମାଆ । ପୁଣି ବର୍ଷେ ଆପେକ୍ଷା । ମାଆ ଆସିବେ ପୁଣି ଆର ବରଷକୁ ।

ଭସାଣିରେ ସହରରେ ନିୟୋଜିତ ହେବେ ମୋଟ ୧୨୫ ପ୍ଲାଟୁନ ପୋଲିସ ଫୋର୍ସ। ଏହା ଭିତରୁ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମେଢ଼ ଗୁଡ଼ିକ ସହିତ ରହିବେ। ସହରର ବିଭିନ୍ନ ସ୍ଥାନରେ ମୋଟ ୬୦ଟି ଏଡ ପୋଷ୍ଟ ରହିବ । ଦେବୀଗଡା ନିକଟରେ ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି। ସକାଳ ୮ ଟାରେ ନିଜ ନିଜ ଭସାଣି ଶୋଭାଯାତ୍ରା ବାହାର କରିବାକୁ ପୂଜା କମିଟିଗୁଡ଼ିକୁ ଅନୁରୋଧ କରାଯାଇଛି । ତେବେ ଚଳିତ ବର୍ଷ ପ୍ରଥମଥର ପାଇଁ କଟକ ଦୁର୍ଗାପୂଜା ଭସାଣି ଉପରେ ଏଥର ନଜର ରଖିବ ଡ୍ରୋନ। ଭସାଣି ରୁଟରେ ନଜର ରଖିବ ମୋଟ ୫ ଶହରୁ ଅଧିକ ସିସିଟିଭି କ୍ୟାମେରା। ଏକାଧିକ କଣ୍ଟ୍ରୋଲ ରୁମ୍ ଜରିଆରେ ସିସି ଟିଭି ଗୁଡିକରୁ ମିଳୁଥିବା ଭିଜୁଆଲ ଉପରେ ନଜର ରଖିବ ପୋଲିସ । ସେହିପରି ‘CTC 60’ ନାମରେ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି। ବିଶେଷ କରି ଶବ୍ଦ ପ୍ରଦୂଷଣ ବା ୬୦ ଡେଶିବଲରୁ ଅଧିକ ଶବ୍ଦ ପ୍ରଦୂଷଣ କରୁଥିବା ଶୋଭାଯାତ୍ରା ବିରୁଦ୍ଧରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବ ଏହି “CTC 60” ପୋଲିସ ଟିମ୍ ।

Leave a Reply

Your email address will not be published. Required fields are marked *