ଆଜି ଶ୍ରୀମନ୍ଦିର ସୁନିଆଁ ସହ ବାମନ ଜନ୍ମ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ସୁନିଆଁ ସହ ବାମନ ଜନ୍ମ ନୀତି ପାଳନ ହେଉଛି। ଏହାସହ ପବିତ୍ରା ଲାଗି, ଇନ୍ଦ୍ରଧ୍ବଜା ପୂଜା ଓ ଗରୁଡ଼ଙ୍କ ପାର୍ଶ୍ବ ପରିବର୍ତ୍ତନ ନୀତି ଅନୁଷ୍ଠିତ ହେଉଛି। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ତେଣୁ ସାଧାରଣ ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଭଗବାନ ବିଷ୍ଣୁଙ୍କର ୧୦ ଅବତାର…

ପୁରୀ: ଶ୍ରୀମନ୍ଦିରରେ ଆଜି ସୁନିଆଁ ସହ ବାମନ ଜନ୍ମ ନୀତି ପାଳନ ହେଉଛି। ଏହାସହ ପବିତ୍ରା ଲାଗି, ଇନ୍ଦ୍ରଧ୍ବଜା ପୂଜା ଓ ଗରୁଡ଼ଙ୍କ ପାର୍ଶ୍ବ ପରିବର୍ତ୍ତନ ନୀତି ଅନୁଷ୍ଠିତ ହେଉଛି। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ତେଣୁ ସାଧାରଣ ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ।

ଭଗବାନ ବିଷ୍ଣୁଙ୍କର ୧୦ ଅବତାର ମଧ୍ୟରୁ ବାମନ ଅବତାର ଅନ୍ୟତମ । ଏହା ବିଷ୍ଣୁଙ୍କର ପଞ୍ଚମ ଅବତାର । ଅନ୍ୟପଟେ ଆସନ୍ତାକାଲି ଶ୍ରୀମନ୍ଦିରରେ ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ ନୀତି ଅନୁଷ୍ଠିତ ହେବ। ସେପଟେ ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଆଜି ସନ୍ଧ୍ୟାରେ ଶ୍ରୀନଅରରେ ପାଳିତ ହେବ ସୁନିଆ ଉତ୍ସବ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ନୂଆ ସାଲ ଓ ଅଙ୍କର ହେବ ପ୍ରବେଶ । ସନାତନ ଧର୍ମରେ ଜାତକ ଓ ପାଞ୍ଜି ଅଙ୍କ ଗଣନାର ବିଶେଷ ମହତ୍ୱ ରହିଥିବା ବେଳେ ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । ଆଜିଠାରୁ ରାଜତନ୍ତ୍ର ପରମ୍ପରା ଅନୁସାରେ ଆରମ୍ଭ ହେବ ନବବର୍ଷ । ରାଜତନ୍ତ୍ର ଲୋପ ପାଇଥିଲେ ବି ପାରମ୍ପରିକ ଭାବରେ ବଞ୍ଚି ରହିଛି ପ୍ରଥା ପରମ୍ପରା । ସନାତନ ଧର୍ମରେ ପାଞ୍ଜି ଓ ଅଙ୍କ ଗଣନାର ବିଶେଷ ମହତ୍ୱ ରହିଥିବା ବେଳେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୬୯ ଅଙ୍କର ପ୍ରବେଶ ।

ଚଳିତବର୍ଷ ମହାରାଜ ଗଜପତିଙ୍କ ୧୪୩୩ ସାଲ ପ୍ରବେଶ ହେବ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ପାଳିତ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବାର ଅନନ୍ୟ ବିଧି ମଧ୍ୟ ପ୍ରଚଳିତ ରହିଛି। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ।

Leave a Reply

Your email address will not be published. Required fields are marked *