ଆଜି ଗାନ୍ଧୀ, ଶାସ୍ତ୍ରୀ ଜୟନ୍ତୀ, ଦୁଇ ମହାନାୟକଙ୍କୁ ମନେ ପକାଉଛନ୍ତି ଦେଶବାସୀ
ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରକାରଙ୍କୁ ତଡ଼ି ସ୍ବାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ୱରେ ହିଁ ଦେଶ…
