ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ବରରେ ଉଦଘାଟିତ ହୋଇଛି ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ । ସମ୍ମିଳନୀର ଉଦଘାଟନ କରିଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଏହି ସମ୍ମିଳନୀରେ ଉପସ୍ଥିତ ଅଛନ୍ତି । ଏଥିରେ ସାରା ଦେଶରୁ ୨୦୦ରୁ ଅଧିକ ପ୍ରତିନିଧି ଉପସ୍ଥିତ ଅଛନ୍ତି । ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗ ଦେଇଛନ୍ତି । ସେହିପରି ଅନୁସୂଚିତ…
