ଶେଷ ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା

ପୁରୀ: ଶେଷ ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର କାର୍ଯ୍ୟ । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସକାଳ ୧୦ଟା ୫୫ରୁ ଆରମ୍ଭ ହୋଇଥିଲା ସ୍ଥାନାନ୍ତର । ଅପରାହ୍ନ ୨ଟା ୫୫ରେ ସରିଲା ସ୍ଥାନାନ୍ତର କାର୍ଯ୍ୟ । ୬ଟି ଆଲମିରା ଓ ୬ଟି ପ୍ୟାକେଟ୍‌ରେ ବନ୍ଦ ଅବସ୍ଥାରେ ସ୍ଥାନାନ୍ତରିତ ହେଲା ମହାପ୍ରଭୁଙ୍କ ରତ୍ନ । ଭିତର ରତ୍ନଭଣ୍ଡାରକୁ ରତ୍ନ ସ୍ଥାନାନ୍ତର ପରେ ୨ଟି ଚାବି ପଡ଼ିଛି…

ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର

ପୁରୀ: ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ଏଥିପାଇଁ ପୂର୍ବାହ୍ନ ୧୦ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମେ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିଥିବା ବେଳେ ରତ୍ନଭଣ୍ଡାର ସ୍ଥାନାନ୍ତର ସମାପନ ପରେ କଟକଣା ପ୍ରତ୍ୟାହାର ହେବ…

ହେବ ସବୁ ପ୍ରତୀକ୍ଷାର ଅନ୍ତ, ହେଲେ କାଲି ମିଳିବନି ଜଗା ଦର୍ଶନ!

ପୁରୀ:  ଆସନ୍ତାକାଲି ସକାଳ ୧୦ ପରଠାରୁ ମିଳିବନି ମହାପ୍ରଭୁଙ୍କ ଦର୍ଶନ । ସକାଳ ୧୦ଟା ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରାଯାଇଛି । ଏନେଇ ସୂଚନା ଦେଇଛି ମନ୍ଦିର ପ୍ରଶାସନ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଘୋଷଣା କରିଛି ଯେ ରତ୍ନ ଅଳଙ୍କାର ମନ୍ଦିରର ସ୍ଥାୟୀ ଭଣ୍ଡାର, ରତ୍ନ ଭଣ୍ଡାରକୁ ସ୍ଥାନାନ୍ତରିତ ହେବା ଯୋଗୁଁ ଆସନ୍ତାକାଲି ମହାପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ…